ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବ‌ନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୭ରୁ ୮ ତାରିଖ ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ ଓ ଢ଼େଙ୍କାନାଳ ରହିଛି। ଏସବୁ ଜିଲ୍ଲାକୁ ବି ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ମାଲକାନଗିରିରେ ୩୬.୦ଡିଗ୍ରି ‌ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୮.୫ଡିଗ୍ରି ସର୍ବନିମ୍ନ ତାପମାତ୍ରା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

 

ସମ୍ବନ୍ଧିତ ଖବର