୧୦ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

୧୦ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ଖୋର୍ଧା, ପୁରୀ, କନ୍ଧମାଳ ଓ ନୟାଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୬ରୁ ୨୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ,ସମ୍ବଲପୁର,ବରଗଡ଼, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

ଏଥିସହିତ ୨୭ରୁ ୩୦ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ  ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଯାବତ ଚାନ୍ଦବାଲିରେ ସର୍ବାଧିକ ୩୩.୭ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe