ଏସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଖୋର୍ଧା, ପୁରୀ, ବୌଦ୍ଧ ଓ ନୟାଗଡ଼ ଆଦି ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୭ରୁ ୨୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ୧୦ରୁ ଊର୍ଧ୍ବ ଜିଲ୍ଲାରେ ବି କାଳବୈଶାଖୀ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ ଓ ସୁବର୍ଣ୍ଣପୁର ରହିଛି। କାଳବୈଶାଖୀ ଓ ବର୍ଷା ସମୟରେ ଊକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଏଥିସହିତ ୨୮ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏଯାବତ ବାଲେଶ୍ବରରେ ୩୪.୪ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୯.୫ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

 

ସମ୍ବନ୍ଧିତ ଖବର