୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୟାଗଡ଼, କଟକ ଓ ଯାଜପୁର ରହିଛି। ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ  କାଳବୈଶାଖୀ ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାାଗ କେନ୍ଦ୍ରପକ୍ଷରୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଯାବତ ଅନୁଗୁଳରେ ୩୨.୧ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୯.୫ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସେହିପରି ଅଗଷ୍ଟ ୧୧ରୁ ୧୨ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

ସମ୍ବନ୍ଧିତ ଖବର