୧୦ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି କାଳବୈଶାଖୀ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

ସେହିପରି ଆଗାମୀ ୨୬ରୁ ୨୭ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହିତ ଏହି ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ବି  ରହିଛି। ଏଯାବତ କଟକରୁ ସର୍ବାଧିକ ୩୫.୮ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୫ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର