୧୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅକ୍ଟୋବର ୨ରୁ ୩ ତାରିଖ ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହିତ ଅଳ୍ପ କିଛିସ୍ଥାନରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଅକ୍ଟୋବର ୩ରୁ ୪ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଗୋଟିଏ ଦୁଇଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହାପରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଏଯାବତ ସମ୍ବଲପୁରରେ ୩୪.୫ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ସୁନ୍ଦରଗଡ଼ରେ ୨୦.୫ ଡିଗ୍ରି ସେଲସିୟସ ସର୍ବନିମ୍ନ  ତାପମାତ୍ରା ରହିଛି।

 

 

ସମ୍ବନ୍ଧିତ ଖବର