ଆଗାମୀ ୩ଦିନ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି ଓ ଗଞ୍ଜାମ ଆଦି ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ଅକ୍ଟୋବର ୪ରୁ ୫ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା‌, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଢ଼େଙ୍କାନାଳ ଆଦି ଜିଲ୍ଲା‌ର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଅକ୍ଟୋବର ୫ରୁ ୬ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ବି ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ସମ୍ବନ୍ଧିତ ଖବର