ଭୁବନେଶ୍ବର: ଗତ ୨୪ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ତେବେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ପାଇଁ ଆଶଙ୍କା ରହିିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଥିସହିତ ଜାନୁଆରି ୧୧ରୁ ୧୨ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ରହିଛି। ଏତଦ ବ୍ୟତୀତ ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ସୁବର୍ଣ୍ଣପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଯାବତ ଭାବନୀପାଟଣାରେ ୩୦.୫ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୨.୦ ଡିଗ୍ରି ସେଲସିୟସ ସର୍ବନମ୍ନ ତାପମାତ୍ରା ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/01/Yellow-Warning-For-Lightning-Hurricane_Weather_Thumbnail.jpg)