ବାଲେଶ୍ବର, ଭଦ୍ରକ ସମେତ ଏସବୁ ଜିଲ୍ଲାକୁ କାଳବୈଶାଖୀ ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

Advertisment
ବାଲେଶ୍ବର, ଭଦ୍ରକ ସମେତ ଏସବୁ ଜିଲ୍ଲାକୁ କାଳବୈଶାଖୀ ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି ରହିଛି। ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ବି ରହିଛି। ସେହିପରି ଜାନୁଆରି ୧୫ରୁ ୧୬ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର ଆଦି ଜିଲ୍ଲାର ‌ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା ରହିଛି। ଏତଦ ବ୍ୟତୀତ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ସମ୍ଭାବନା ରହିଛି। ଏଯାବତ ରାଜ୍ୟର ନୟାଗଡ଼ରେ ସର୍ବାଧିକ ୨୭.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ବଲାଙ୍ଗୀର ଓ ପାରଳାଖେମୁଣ୍ଡିରେ ୧୪.୫ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe