କାଳବୈଶାଖୀ ଓ ବଜ୍ରପାତ ପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Advertisment
ବଜ୍ରପାତରେ ଦୁଇ ମୃତ, ବର୍ଷା ଯୋଗୁଁ ଗଛ ତଳେ ନେଇଥିଲେ ଆଶ୍ରୟ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାକୁ କାଳବୈଶାଖୀ ଓ ବଜ୍ରପାତ ପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ମଧ୍ୟରେ ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ରହିଛି। ଏସବୁ ଜିଲ୍ଲାର ବାସିନ୍ଦାଙ୍କୁ କାଳବୈଶାଖୀ ଓ ବଜ୍ରପାତ ସମୟରେ ବାହାରକୁ ନବାହାରି ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ଏଥିସହିତ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼, କନ୍ଧମାଳ, ଗଜପତି ଆଦି ଜିଳ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି।

ଆସନ୍ତା ଏପ୍ରିଲ ୧୧ରୁ ୧୨ ତାରିଖ ମଧ୍ୟରେ କୌଣସି ୱାର୍ଣ୍ଣିଂ ନଥିବା ବେଳେ ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି। ଏଥିସହିତ ବାକିଥିବା ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe