ଆସନ୍ତା ୨୪ଘଣ୍ଟା ମଧ୍ୟରେ ବଜ୍ରପାତ ଆଶଙ୍କା, ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଆଶଙ୍କା ନେଇ ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କଟକ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲା ରହିଛି।

୨୨ରୁ ୨୩ ତାରିଖ ମଧ୍ୟରେ ମୟୁରଭଞ୍ଜ, ଢ଼େଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଆଜି ଜିଲ୍ଲାକୁ ବଜ୍ରପାତ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୪ରୁ ୨୫ ତାରିଖ ମଧ୍ୟରେ ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ଗଜପତି ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୨୫ରୁ ୨୬ ତାରିଖ ମଧ୍ୟରେ ପୁରୀ, ଗଞ୍ଜାମ, ଖୋର୍ଦ୍ଧା, କଟକ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ ଗଜପତି, ନୟାଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର