ଦୁଇଦିନ ପରେ ପ୍ରବଳ ବର୍ଷା ସମ୍ଭାବନା, ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ କହିଲା ପାଣିପାଗ ବିଭାଗ

ବଜ୍ରପାତ ଆଶଙ୍କା ନେଇ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ନେଇ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, କଟକ, ଢ଼େଙ୍କାନାଳ, ନୟାଗଡ଼, ଜଗତସିଂହପୁର, ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ରହିଛି। ସେହିପରି ଝାରସୁଗୁଡା, ସୁନ୍ଦରଗଡ଼, ମୟୁରଭଞ୍ଜ, ଅନୁଗୁଳ, କେନ୍ଦ୍ରାପଡ଼ା, ଗଞ୍ଜାମ, ନୟାଗଡ଼ ଓ ବାଲେଶ୍ୱର ଆଦି ଜିଲ୍ଲାରେ ୨୩ରୁ ୨୪ ତାରିଖ ମଧ୍ୟରେ ବଜ୍ରପାତ ଆଶଙ୍କା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୨୪ରୁ ୨୫ ତାରିଖ ମଧ୍ୟରେ ରାଜ୍ୟର ଗଞ୍ଜାମ, ପୁରୀ, ଢ଼େଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର,ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଝାରସୁଗୁଡା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୨୫ରୁ ୨୬ ତାରିଖରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବରଗଡ ସମେତ ପୁରୀ, ଦେଓଗଡ଼, ଝାରସୁଗୁଡା, ବାଲେଶ୍ୱର, ଭଦ୍ରକ ଓ ଜଗତସିଂହପୁର ଆଦି ଜିଲ୍ଲାକୁ ବି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର