ରାଜ୍ୟରେ ଏସବୁ ଜିଲ୍ଲାରେ ବଜ୍ରପାତ ଆଶଙ୍କା, ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ଆଶଙ୍କା ରହିଛି। ବଜ୍ରପାତ ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଗଜପତି, କଟକ ଓ ସୁନ୍ଦରଗଡ଼ ଜିଲ୍ଲା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହିତ ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ କୁହାଯାଇଛି।

ସେହିପରି ୪ରୁ ୫ ତାରିଖ ମଧ୍ୟରେ ରାଜ୍ୟର ୯ଟି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୁରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ୫ରୁ ୬ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର,ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାଗୁଡ଼ିକୁ ବି ବଜ୍ରପାତ ଆଶଙ୍କା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର