ବଜ୍ରପାତ ଆଶଙ୍କା ପାଇଁ ୧୦ରୁ ଊର୍ଧ୍ୱ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

Advertisment
ବଜ୍ରପାତ ଯୋଗୁଁ ଦୁଇ ସପ୍ତାହରେ ବିହାରରେ ଗଲାଣି ୧୦୦ରୁ ଅଧିକ ଜୀବନ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଥିବା ନେଇ ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ରହିଛି।

ସେହିପରି ୨୭ରୁ ୨୮ ତାରିଖ ମଧ୍ୟରେ ବଜ୍ରପାତ ଅଶଙ୍କା ରହିଛି। ଏଥିପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ମୟୁରଭଞ୍ଜ ଓ ନବରଙ୍ଗପୁର ଆଦି ଜିଲ୍ଲାକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

୨୮ ତାରିଖରୁ ପାଗମୁଖ୍ୟତଃ ଶୁଖିଲା ରହିବ। ବର୍ତ୍ତମାନ ସୁଦ୍ଧା ରାଜ୍ୟର ଗୋପାଳପୁରରେ ସର୍ବାଧିକ ତାପମାତ୍ରା ୩୨.୦ଡିଗ୍ରି ସେଲସିୟସ୍‌ ଥିବାବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୪.୦ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟରୁ ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe