ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା !

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଗଜପତି, ଭଦ୍ରକ ଏବଂ ରାୟଗଡ଼ା ଜିଲ୍ଲାମାନଙ୍କରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏଥିସହିତ ବଜ୍ରପାତ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତ  ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଗଜପତି ରହିଛି।

Image result for Thunderstorm with lightning very likely to occur at one or two places over the districts
The Financial Express

ସେହିପରି ଆସନ୍ତାକାଲି ଗୋଟିଏ ଦୁଇଟି ସ୍ଥାନରେ ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବା ସମ୍ଭାବନା ରହିଛି। ସେହି ସ୍ଥାନଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ବାଲେଶ୍ୱର ରହିଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଏତଦ୍‌ବ୍ୟତୀତ ଆସନ୍ତା ତିନି ଚାରିଦିନ ପର୍ଯ୍ୟନ୍ତ ଦିନ ଓ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୋମବାର ମାଲାକାନଗିରିରେ ସର୍ବାଧିକ ୩୫.୨ଡିଗ୍ରି ସେଲସିୟସ୍‌ ତାପମାତ୍ରା ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୪.୦ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରହିଛି।

Image result for Thunderstorm with lightning very likely to occur at one or two places over the districts
Deccan Chronicle

ଏଥିସହିତ ମାର୍ଚ୍ଚ ୪ରୁ ୫ ମଧ୍ୟରେ ମୟୁରଭଞ୍ଜ,କେନ୍ଦୁଝର, ଭଦ୍ରକ,ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କନ୍ଧମାଳ,ଖୋର୍ଦ୍ଧା ଓ କଟକରେ ବର୍ଷା ହେବା ସମ୍ଭାବନା ରହିଛି। ବାକି ଥିବା ସ୍ଥାନମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ଏଥିସହିତ ଘଡ଼ଘଡ଼ିଓ ବିଜୁଳି ପାଇଁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା,କେନ୍ଦୁଝର, ମୟୁରଭଞ୍ଜ,ଗଞ୍ଜାମ, ଗଜପତି, କନ୍ଧମାଳ ଏବଂ ଯାଜପୁର ରହିଛି।

ସମ୍ବନ୍ଧିତ ଖବର