ଆସନ୍ତା ୪୮ ଘଣ୍ଟା ଭିତରେ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀ ସହିତ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଉତ୍ତର ଉପକୂଳ ଓଡ଼ିଶା ସମେତ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ବୌଦ୍ଧ ଓ କନ୍ଧମାଳ ଆଦି ସ୍ଥାନାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଆଦି ସ୍ଥାନରେ କୁହୁଡ଼ି ବି ହୋଇପାରେ।

Image result for Thunderstorm with lightning very likely to occur at oo. o, two placei

ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ବି ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର