ଆଜି ୧୮ ଜିଲ୍ଲାକୁ କାଳବୈଶାଖୀ ଭୟ; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଆଜି ୧୮ ଜିଲ୍ଲାକୁ କାଳବୈଶାଖୀ ଭୟ; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ଉତ୍ତର, ଦକ୍ଷିଣ, କେନ୍ଦ୍ରୀୟ, ଉପକୂଳ ଓ ଆଭ୍ୟନ୍ତରୀଣର ପ୍ରାୟ ୧୮ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ଏହି ୧୮ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏବଂ ପରିସ୍ଥିତି ଉପରେ ସ୍ୱତନ୍ତ୍ର ଦୃଷ୍ଟି ରଖିବା ପାଇଁ ସଂପୃକ୍ତ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।

ଜାରି ସତର୍କ ସୂଚନା ମତାବକ ଆଜି (୨୨ ଅପ୍ରେଲ, ଗୁରୁବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୨୩ ଅପ୍ରେଲ, ଶୁକ୍ରବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟାଗଡା ପ୍ରଭୃତି ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୮ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ପୁରୀ,  ନୟାଗଡ଼, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ହେବାର ସମ୍ଭାବନା ଅଧିକ  ରହିଛ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ କେନ୍ଦ୍ର। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।

publive-image

ଏଥିସହ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe