୨୪ ଘଣ୍ଟା ମଧ୍ୟରେ ଏହି ୧୦ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ; ୟେଲୋ ଓ୍ଵାର୍ଣ୍ଣିଂ ଜାରି

Advertisment
୨୪ ଘଣ୍ଟା ମଧ୍ୟରେ ଏହି ୧୦ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ଦକ୍ଷିଣ, ଉତ୍ତର ଓ ଆଭ୍ୟନ୍ତରୀଣର ପ୍ରାୟ ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଜାରି ସତର୍କ ସୂଚନା ମତାବକ ଆଜି (୩୦ ଅପ୍ରେଲ, ଶୁକ୍ରବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୧ ମେ’, ଶନିବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ କନ୍ଧମାଳ ପ୍ରଭୃତି ୧୦ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହି ସମ୍ରୟ ମଧ୍ୟରେ ଏହି ସବୁ ଜିଲ୍ଲାରେ ୩୦ରୁ ୪୦ ମିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୦ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବଲେଶ୍ୱର, ଭଦ୍ରକ, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ କେନ୍ଦ୍ର। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।

publive-image

ଏଥିସହ ଆସନ୍ତା ମେ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe