୧୯ ଜିଲ୍ଲାକୁ କାଳବୈଶାଖୀ ଭୟ; ୟେଲୋ ଓ୍ଵାର୍ଣ୍ଣିଂ ଜାରି

Advertisment
୧୯ ଜିଲ୍ଲାକୁ କାଳବୈଶାଖୀ ଭୟ; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀର ପ୍ରଭାବ ଆଜି ବି ଜାରି ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଆଭ୍ୟନ୍ତର, ପଶ୍ଚିମ, ଦକ୍ଷିଣ ଓ ଉତ୍ତର ଉପକୂଳର ୧୯ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

publive-image

ଜାରି ସତର୍କ ସୂଚନା ମତାବକ ଆଜି (ଗୁରୁବାର) ଅପରାହ୍ନ ୧ଟା ୩୦ରୁ ଆସନ୍ତାକାଲି (ଶୁକ୍ରବାର) ସକାଳ ୮ଟା ୩୦ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି, କନ୍ଧମାଳ, ଗଞ୍ଜାମ, ନୂଆପଡା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବାଲେଶ୍ୱର ଓ ଭଦ୍ରକ ପ୍ରଭୃତି ୧୯ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ ବିଭାଗ।

ଏଥିସହ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଥିବା ବେଳେ ୧୮ ଓ ୧୯ ତାରିଖରେ ବର୍ଷା ଏବଂ ୨୦ ତାରିଖରେ ପୁନଶ୍ଚ କାଳବୈଶାଖୀ ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe