ଭୁବନେଶ୍ୱର: ଦକ୍ଷିଣ, ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଓଡ଼ିଶାର ୧୬ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

Advertisment

ଜାରି ସତର୍କ ସୂଚନା ମତାବକ ଆଜି (୧୮ ଅପ୍ରେଲ, ରବିବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୧୯ ଅପ୍ରେଲ, ସୋମବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, କଟକ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ରାୟଗଡା ପ୍ରଭୃତି ୧୬ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୬ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ, ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ନୂଆପଡା, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ରାୟଗଡା, ମାଲକାନଗିରି, କୋରାପୁଟ, ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ କେନ୍ଦ୍ର। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।

publive-image

ଏଥିସହ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ୨୩ ତାରିଖ ଓ ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।