୨୧ ଜିଲ୍ଲାକୁ କାଳବୈଶାଖୀ, ବଜ୍ରପାତ ଭୟ; ୟେଲୋ ଓ୍ଵାର୍ଣ୍ଣିଂ ଜାରି

Advertisment
୨୧ ଜିଲ୍ଲାକୁ କାଳବୈଶାଖୀ, ବଜ୍ରପାତ ଭୟ; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓ ଆଭ୍ୟନ୍ତରୀଣର ପ୍ରାୟ ୨୧ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ଏହି ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଜାରି ସତର୍କ ସୂଚନା ମତାବକ ଆଜି (୨୧ ଅପ୍ରେଲ, ବୁଧବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୨୨ ଅପ୍ରେଲ, ଗୁରୁବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟାଗଡା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ସୋନପୁର, ବରଗଡ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ପ୍ରଭୃତି ୨୧ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୪୦-୫୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୨୧ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା ଜିଲ୍ଲାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ କେନ୍ଦ୍ର। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।

publive-image

ଏଥିସହ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe