୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ: ୧୦ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୮ ତାରିଖ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, କେନ୍ଦୁଝର, ମୟୂରଭଂଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୦ ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ଝାରସୁଗୁଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଅପରାହ୍ନ ବେଳକୁ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ।

ଅନ୍ୟପକ୍ଷରେ ଆସନ୍ତା ୪-୫ ଦିନ ମଧ୍ୟରେ ଓଡ଼ିଶା ଜିଲ୍ଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe