୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୨୦ ଜିଲ୍ଲାରେ ହେବ କାଳବୈଶାଖୀ; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଦକ୍ଷିଣ-ଉତ୍ତରପ୍ରଦେଶ, ବିହାର ମଧ୍ୟ ଦେଇ ଉତ୍ତର-ବଙ୍ଗଳାଦେଶ ଯାଏଁ ପୂର୍ବ-ପଶ୍ଚିମ ଭାବେ ବାୟୁମଣ୍ଡଳରେ ୦.୯ କିମି ଯାଏଁ ଲମ୍ବିଥିବା ନିମ୍ନ ଚାପ ରେଖା ତଥା ଝାଡ଼ଖଣ୍ଡ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ରପତ୍ତନ ଠାରୁ ୧.୫ କିମି ଉଚ୍ଚତାରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଆକାଶ ମେଘୁଆ ରହିଛି।

publive-image

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୩୧ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୨୦ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ସନ୍ଧ୍ୟା/ ରାତି ବେଳକୁ ଆକାଶ ମେଘୁଆ ରହିବା ବଜ୍ରପାତ ସହ ବର୍ଷା ହୋଇପାରେ।

ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶା ଜିଲ୍ଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe