ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୩ ଜିଲ୍ଲାରେ କାଳବୈଶାଖୀ: ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଜୁନ୍‌ ୧ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୨୩ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ।

ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶା ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe