୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ କାଳବୈଶାଖୀ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

Advertisment
୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ କାଳବୈଶାଖୀ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ସଂପ୍ରତି ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ଲହରି ଜାରି ରହିଥିବା ବେଳେ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଲାଣି। ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୪ ତାରିଖ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୧ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଂଜାମ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ।

publive-image

ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ତେବେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‌ ଜୁନ୍‌ ୭ ତାରିଖ ମଙ୍ଗଳବାର ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ଏହିପରି କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe