ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ ଜିଲ୍ଲାରେ କାଳବୈଶାଖୀ, ୨ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ: ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୧ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୨ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ପଶ୍ଚିମ ଓଡ଼ିଶାର ୨ ଜିଲ୍ଲାରେ ପ୍ରବଳ ଗୀଷ୍ମ ପ୍ରବାହ ଜାରି ରହିବ ବୋଲି ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

publive-image

ସେହିପରି ଏହି ସମୟ ବରଗଡ଼ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଗ୍ରାଷ୍ମ ଲହରି ପ୍ରବାହିତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ରଖିବା ସହ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପଦାକୁ ଖରାରେ ନବାହାରିବାକୁ ପରାମର୍ଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ଧରଣର ବର୍ଷା ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।
ଅନ୍ୟପକ୍ଷରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe