ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୭ ଜିଲ୍ଲାରେ କାଳବୈଶାଖୀ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

Advertisment
୨୪ଘଣ୍ଟା ମଧ୍ୟରେ ୮ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ‘ୟେଲୋଓ୍ଵାର୍ଣ୍ଣିିଂ’ ଜାରି: ୨୬ରୁ ୨୮ ପର୍ଯ୍ୟନ୍ତ ୩ ଦିନ ଧରି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା

ଭୁବନେଶ୍ୱର: ସଂପ୍ରତି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇ ଯାଇଥିବା ବେଳେ ଆଗାମୀ ୪ରୁ ୫ଦିନ ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୋସୁମୀ ଓଡ଼ିଶା ଛୁଇଁବ ବୋଲି ଶନିବାର ଆକଳନ କରିଛି ପାଣିପାଗ ବିଭାଗ।
ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୨ ତାରିଖ ରବିବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୭ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ରାଜ୍ୟର ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୭ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଜପତି, ଗଂଜାମ, ପୁରୀ, ନୟାଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ଧରଣର ବର୍ଷା ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

publive-image

ଅନ୍ୟପକ୍ଷରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ, ଏହାପରେ ତାପମାତ୍ରାରେ ୨ରୁ ୩ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ହ୍ରାସ ଘଟିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe