ରାଜ୍ୟର ୧୩ ଜିଲ୍ଲାରେ କାଳବୈଶାଖୀ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ; କଟକ ବାରବାଟୀରେ ବର୍ଷା ସମ୍ଭାବନା କମ

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୧୧ ଜିଲ୍ଲାରେ ହେବ କାଳବୈଶାଖୀ

ଭୁବନେଶ୍ୱର: ସଂପ୍ରତି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇ ଯାଇଥିବା ବେଳେ ଆଗାମୀ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଲାଗି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ତେବେ, ଆଜି କଟକ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ଖେଳା ଯିବାକୁ ଥିବାବେଳେ ଏଠାରେ ବର୍ଷାର ସମ୍ଭାବନା କମ ରହିଛି।

publive-image

ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୩ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୩ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର କୋରାପୁଟ, ମାଲକାନଗିରି, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, ଗଜପତି, ଗଂଜାମ, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ଧରଣର ବର୍ଷା ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

publive-image

ଅନ୍ୟପକ୍ଷରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ, ଏହାପରେ ତାପମାତ୍ରାରେ ୩ରୁ ୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ହ୍ରାସ ଘଟିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe