ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ୧୬ ଜିଲ୍ଲାରେ କାଳବୈଶାଖୀ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

Advertisment
୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୫ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମୀ ପହଞ୍ଚିବାର ସମ୍ଭାବାନା ରହିଥିବା ବେଳେ ସଂପ୍ରତି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇ ଯାଇଛି। ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୪ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ୧୬ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବୌଦ୍ଧ, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୬ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ଧରଣର ବର୍ଷା ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।
ଅନ୍ୟପକ୍ଷରେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ, ଏହାପରେ ତାପମାତ୍ରାରେ ୩ରୁ ୪ ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ହ୍ରାସ ଘଟିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe