୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ଝଡ଼ବର୍ଷା: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

Advertisment
୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ- ପଶ୍ଚିମ ମୋସୁମୀ ବାୟୁ ଗତ ଗୁରୁବାର ଠାରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ଆସି ପହଞ୍ଚିସାରିଥିବା ବେଳେ ଏପର୍ଯ୍ୟନ୍ତ ସମଗ୍ର ରାଜ୍ୟକୁ ଅଗ୍ରସର ହୋଇପାରି ନାହିଁ। ତେବେ, ରାଜ୍ୟର ପାଗ ଏବେ ଅନୁକୂଳ ରହିଥିବାରୁ ଆସନ୍ତା ଦିନେରୁ ଦୁଇଦିପ ମଧ୍ୟରେ ମୌସୁମୀ ସମଗ୍ର ରାଜ୍ୟକୁ ଅଗ୍ରସର ହେବାର ସମ୍ଭାବନା ରହିଛି। ଏପରିସ୍ଥିତିରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ତମାମ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୧୯ ତାରିଖ, ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

publive-image

ତେବେ, ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଝଡ଼ବର୍ଷା ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୮ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଏବଂ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ କୌଣସି ବଡ଼ ଧରଣର ପରିବର୍ତ୍ତନ ସମ୍ଭାବନା ନଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe