୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୭ ତାରିଖ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଏବଂ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଏହି ସବୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଥିବା ବେଳେ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କିଲୋମିଟରରେ ପହଞ୍ଚିବାର ସମ୍ଭାବନା ରହିଛି।

publive-image

ସେହିପରି ରାୟଗଡ଼ା, କନ୍ଧମାଳ, ଗଜପତି, ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୨୦ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଏହି ସମୟ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତର ଜିଲ୍ଲାଗୁଡ଼ିକ ସମେତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଓଡିଶାର ବାକି ଜିଲ୍ଲାରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି।

publive-image

ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନଥିବା କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe