ଭୁବନେଶ୍ୱର: ପୂର୍ବ ଝାଡ଼ଖଣ୍ଡ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡିଶାର ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୧.୫ କିମିରୁ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ହୋଇରହିଛି। ଏବଂ ଏହି ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳରେ ଦକ୍ଷିଣ ଆଡକୁ ଢଳି ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର (୭ରୁ ୧୧ସେମି) ସମ୍ଭାବନା ରହିଛି ବୋଲି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୩ ତାରିଖ, ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଓଡିଶାର କନ୍ଧମାଳ, ଗଂଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
/sambad/media/post_attachments/wp-content/uploads/2022/06/A1-13-1024x724.jpg)
ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2022/06/A2-11-1024x724.jpg)
ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
/sambad/media/post_attachments/wp-content/uploads/2022/06/A3-10-1024x575.jpg)
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/10/Yellow-Warning-For-Heavy-Rain-Thunderstorm_Weather_Thumbnail.jpg)