୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାରେ ପ୍ରବଳ ବର୍ଷିବ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

Advertisment
୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାରେ ପ୍ରବଳ ବର୍ଷିବ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ସଂପ୍ରତି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୪ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ଓଡିଶାର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଂଜାମ, ବୌଦ୍ଧ, ଅନୁଗୁଳ, କଟକ, ଢ଼େଙ୍କାନାଳ, ମୟୂରଭଂଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ ଓ ଯାଜପୁର ପ୍ରଭୃତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

publive-image

ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe