୧୪ ଜିଲ୍ଲାରେ ପ୍ରବଳ ବର୍ଷିବ: ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
୧୪ ଜିଲ୍ଲାରେ ପ୍ରବଳ ବର୍ଷିବ: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଓ କାଳବୈଶାଖୀର ସମ୍ଭାବନା ରହିଛି। ଏ ପରିସ୍ଥିତିରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ବୋଲି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ତେବେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୫ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଖୋର୍ଦ୍ଧା ପ୍ରଭୃତି ୧୪ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶା, କେନ୍ଦ୍ରୀୟ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଏବଂ ଉତ୍ତର ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe