ଭୁବନେଶ୍ୱର: ସଂପ୍ରତି ରାଜ୍ୟର ବାୟୁମଣ୍ଡଳରେ ଦୁଇଟି ନିମ୍ବ ଚାପ-ରେଖା ସୃଷ୍ଟି ହୋଇଛି। ଏଥିମଧ୍ୟରୁ ଗୋଟିଏ ବାୟୁମଣ୍ଡଳର ୧.୫ କିମି ଯାଏ ବିସ୍ତତ ହୋଇ ରହିଥିବା ବେଳେ ଅନ୍ୟଟି ୩.୧ କିମି ପର୍ଯ୍ୟନ୍ତ ବିସ୍ତୃତ ହୋଇରହିଛି। ଏହାଛଡ଼ା ପଡ଼ୋଶୀ ଦକ୍ଷିଣ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣି-ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୨ଟି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ବୋଲି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
/sambad/media/post_attachments/wp-content/uploads/2022/06/A2-14-1024x579.jpg)
ତେବେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୭ ତାରିଖ, ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
/sambad/media/post_attachments/wp-content/uploads/2022/06/A4-5-1024x724.jpg)
ସେହିପରି ଗଂଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, କଟକ, ଯାଜପୁର, ଢ଼େଙ୍କାନାଳ, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ରାୟଗଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2022/06/A3-13-1024x724.jpg)
ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶା, କେନ୍ଦ୍ରୀୟ ଓ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
/sambad/media/post_attachments/wp-content/uploads/2022/06/A1-16-1024x575.jpg)
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/Rain-2.jpg)