୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ କାଳବୈଶାଖୀ: ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

Advertisment
୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ କାଳବୈଶାଖୀ: ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ସଂପ୍ରତି ଦକ୍ଷିଣ ଓଡ଼ିଶାର ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୧.୫ କିମି ଉଚ୍ଚତାରେ ଏକ ଘୂର୍ଣ୍ଣି-ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୮ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଂଜାମ, ମୟୂରଭଂଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଅନ୍ୟପକ୍ଷରେ ଏହି ସମୟ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଗଜପତି, ଗଂଜାମ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe