୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାରେ କାଳବୈଶାଖୀ: ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

Advertisment
୨୪ ଘଣ୍ଟା ମଧ୍ୟରେ ୧୪ ଜିଲ୍ଲାରେ କାଳବୈଶାଖୀ: ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ପୂର୍ବ-ପଶ୍ଚିମ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଉତ୍ତର-ପଶ୍ଚିମ ରାଜସ୍ଥାନରୁ ଉତ୍ତର-ପୂର୍ବ ରାଜସ୍ଥାନ, ଉତ୍ତର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ର ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସକ୍ରିୟ ରହିଛି। ଏବଂ ସମୁଦ୍ର ପତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୯ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୪ଟି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଗଜପତି, ଗଂଜାମ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe