ଭିଜିିବ ସାରା ରାଜ୍ୟ; ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା: ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

ଭିଜିିବ ସାରା ରାଜ୍ୟ; ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା: ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଉପକୂଳ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିବା ସହ ଏହା ସମୁଦ୍ର ପତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଆଡକୁ ଢଳି ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୩୦ ତାରିଖ, ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ବରଗଡ, ନୂଆପଡା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe