ତମାମ ରାଜ୍ୟରେ ବର୍ଷିବ; ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା: ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

Advertisment
ତମାମ ରାଜ୍ୟରେ ବର୍ଷିବ; ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା: ଜାରିହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସମଗ୍ର ରାଜ୍ୟରେ ସକ୍ରିୟ ହୋଇପଡ଼ିବା ଫଳରେ ଗତ ପ୍ରାୟ ୩ଦିନ ଧରି ସମଗ୍ର ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୌସୁମୀ ବର୍ଷା ଲାଗିରହିଛି। ଏବଂ ଏପରି ବର୍ଷା ଆଗାମୀ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ତେବେ, ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଦେବଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ପ୍ରଭୃତି ୧୨ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଢେଙ୍କାନାଳ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe