୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ କାଳବୈଶାଖୀ: ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୫ ତାରିଖ ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ରାୟଗଡା, ଗଜପତି, ଗଂଜାମ ଓ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଓଡିଶାର ବାକି ଜିଲ୍ଲାରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି।

publive-image

ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନଥିବା କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe