୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ କାଳବୈଶାଖୀ: ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ କାଳବୈଶାଖୀ: ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୭ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଂଜାମ, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଝାରସୁଗୁଡା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୧ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକମାନଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।

publive-image

ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଜପତି, ଗଂଜାମ, ନୂଆପଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲେଶ୍ୱର, ଭଦ୍ରକ, ଯାଜପୁର, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଆଂଶିକ ମେଘୁଆ ରହିବ।
ଅନ୍ୟପକ୍ଷରେ ଆସନ୍ତା ୨ ଦିନ ମଧ୍ୟରେ ଓଡିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା) ୨ରୁ ୩ ଡିଗ୍ରି ସେଲସିୟସ ବୃଦ୍ଧି ହେବାର ସମ୍ଭାବନା ରହିଛି ଏବଂ ଏହା ପରେ ପାଗରେ କୌଣସି ବଡ଼ ଧରଣର ପରିବର୍ତ୍ତନ ହେବ ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe