ଆଗାମୀ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
ଆଗାମୀ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତମାମ ରାଜ୍ୟର ୩୦ ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅଗଷ୍ଟ ୪ ତାରିଖ, ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରପୁଟ ଓ ମାଲକାନଗିରି ପ୍ରଭୃତି ୩୦ ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୩୦ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ।

publive-image

ଅନ୍ୟପକ୍ଷରେ ଆଗାମୀ ୨ରୁ ୩ ଦିନ ଯାଏଁ ରାଜ୍ୟର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୩ ଡ଼ିଗ୍ରି ଯାଏଁ ଅଧିକ ରହିବାର ସମ୍ଭାବନା ରହିଛି। ଏହାପରେ ତାପମାତ୍ରାରେ ହ୍ରାସ ଘଟିବ ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe