୭ରେ ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
୭ରେ ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୭ ଅଗଷ୍ଟ ୨୦୨୨ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ୭ ଏବଂ ୮ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସଂପ୍ରତି ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ଦୁର୍ବଳ ଅବସ୍ଥାରେ ଥିବାବେଳେ ଲଘୁଚାପ ପରେ ପୁଣିଥରେ ସକ୍ରିୟ ହେବବୋଲି ଆଶା କରାଯାଉଛି।
ତବେ, ଏହା ପୂର୍ବରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ଲାଗିରହିବ।

publive-image

ଏପରିସ୍ଥିତିରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ରାଜ୍ୟର ୨୦ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅଗଷ୍ଟ ୫ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ପ୍ରଭୃତି ୨୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୨୦ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ।

publive-image

ଅନ୍ୟପକ୍ଷରେ ଆଗାମୀ ୨ରୁ ୩ ଦିନ ଯାଏଁ ରାଜ୍ୟର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୪ ଡ଼ିଗ୍ରି ଯାଏଁ ଅଧିକ ରହିବାର ସମ୍ଭାବନା ରହିଛି। ଏହାପରେ ତାପମାତ୍ରାରେ ହ୍ରାସ ଘଟିବ ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe