୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ବହୁତ ଅଧିକ ରହିଛି। ତେବେ, ରାଜ୍ୟର ୧୧ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଅଗଷ୍ଟ ୬ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଂଜାମ, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରପଡ଼ା ଓ ଭଦ୍ରକ ପ୍ରଭୃତି ୧୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୧ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ସହ କାଳବୈଶାଖୀ ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ସହ କାଳବୈଶାଖୀ ହୋଇପାରେ।

ସମ୍ବନ୍ଧିତ ଖବର