ଭୁବନେଶ୍ୱର: ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଓଡ଼ିଶା ଏବଂ ଏହାର ପାଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବରେ ଅବସ୍ଥିତ ରହିଛି। ଏଥିସହ ଜଡିତ ସାମୁଦ୍ରିକ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଆଡକୁ ବିସ୍ତାରିତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଏକ ଗଭୀର ଅବପାତରେ ପରିଣତ ହୋଇ ଓଡ଼ିଶା ଏବଂ ଛତିଶଗଡ଼ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।
/sambad/media/post_attachments/wp-content/uploads/2022/08/A1-4-1024x724.jpg)
ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୮ ତାରିଖ ସୋମବାର ସୁଦ୍ଧା ଓଡିଶାର କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ଅତି ପ୍ରବଳରୁ ପ୍ରବଳତର ବର୍ଷାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ଦୁଇ ଜିଲ୍ଲାକୁ ‘ରେଡ୍’ (ନାଲି) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତି, ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ‘ଅରେଞ୍ଜ’ (କମଳା) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2022/08/A2-4-1024x724.jpg)
ଅନ୍ୟପକ୍ଷରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, କଟକ, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ‘ୟେଲୋ’ (ହଳଦିଆ) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି
/sambad/media/post_attachments/wp-content/uploads/2022/08/A3-1-1024x576.jpg)
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ।
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/Rain-1.jpg)