ଲଘୁଚାପ ସକ୍ରିୟ; ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା: ୩ ଜିଲ୍ଲାକୁ ‘ରେଡ୍‌’; ୮ ଜିଲ୍ଲାକୁ ‘ଅରେଞ୍ଜ’; ୧୨ ଜିଲ୍ଲାକୁ ‘ୟେଲୋ’ ଓ୍ଵାର୍ଣ୍ଣିଂଜାରି

Advertisment
ଲଘୁଚାପ ସକ୍ରିୟ; ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା: ୩ ଜିଲ୍ଲାକୁ ‘ରେଡ୍‌’; ୮ ଜିଲ୍ଲାକୁ ‘ଅରେଞ୍ଜ’; ୧୨ ଜିଲ୍ଲାକୁ ‘ୟେଲୋ’ ଓ୍ଵାର୍ଣ୍ଣିଂଜାରି

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ପଶ୍ଚିମ କେନ୍ଦ୍ରୀୟ ଉପସାଗର ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସହିତ ଜଡିତ ସାମୁଦ୍ରିକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଏକ ଅବପାତରେ ପରିଣତ ହୋଇ ସମଗ୍ର ଓଡିଶାର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୯ ତାରିଖ ମଙ୍ଗଳବାର ସୁଦ୍ଧା ଓଡିଶାର ଗଜପତି, ଗଂଜାମ ଓ କନ୍ଧମାଳ ପ୍ରଭୃତି ୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ତିନି ଜିଲ୍ଲାକୁ ‘ରେଡ୍‌’ (ନାଲି) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ସେହିପରି ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାଗୁଡ଼ିକୁ ‘ଅରେଞ୍ଜ’ (କମଳା) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଅନ୍ୟପକ୍ଷରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଲ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ଏହି ସମସ୍ତ ୧୨ଟି ଜିଲ୍ଲା ପାଇଁ ‘ୟେଲୋ’ (ହଳଦିଆ) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୧୦୨ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe