୧୩ରେ ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ‘ୟେଲୋ’ ଓ୍ଵାର୍ଣ୍ଣିଂଜାରି

Advertisment
୧୩ରେ ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ‘ୟେଲୋ’ ଓ୍ଵାର୍ଣ୍ଣିଂଜାରି

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଥିବା ଅବପାତ ଏବେ ଦୁର୍ବଳ ଅବସ୍ଥାରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଏହାର ପ୍ରଭାବରେ ଓଡିଶାର ପ୍ରାୟ ସମସ୍ତ ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଅଗଷ୍ଟ ୧୩ ତାରିଖ, ଶନିବାର ଦିନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଚିହ୍ନିତ ହେବାର ସମ୍ଭାବନା ଅଛି ଏବଂ ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

publive-image

ଆସନ୍ତା ୨୪ ଘଣ୍ଟା ମଧରେ ଅର୍ଥାତ୍‌ ୧୨ ତାରିଖ ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ କମଳା ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲା ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe