ଭୁବନେଶ୍ୱର: ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତକାଲି (ଶନିବାର)ର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗକୁ ଗତି କରିଛି। ଏବଂ ଏକ ଅବପାଦରେ କେନ୍ଦ୍ରୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗର ଆଖପାଖ ଉପକୂଳବର୍ତ୍ତୀ ଅଞ୍ଚଳ ଉତ୍ତର ଓଡ଼ିଶା ଆଖପାଖ ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ପଶ୍ଚିମବଙ୍ଗା ଦିଘା ଠାରୁ ପ୍ରାୟ ୧୦ କିଲୋମିଟର ଦକ୍ଷିଣ ପୂର୍ବରେ ଏବଂ ପୂର୍ବ-ଉତ୍ତର-ପୂର୍ବରେ ବାଲେଶ୍ୱର ନିକଟରେ ରହିଛି। ଏବଂ ଏହା ବର୍ତ୍ତମାନ ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୭୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି।
/sambad/media/post_attachments/wp-content/uploads/2022/08/A1-10-1024x573.jpg)
ଆଗାମୀ ୬ ଘଣ୍ଟା ମଧ୍ୟରେ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦିଘା ନିକଟରେ ପଶ୍ଚିମ-ବଙ୍ଗ ଉପକୂଳକୁ ଅତିକ୍ରମ ସହ ଆଗାମୀ ୨୪ ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି। ଉପକୂଳ ଅତିକ୍ରମ କଲା ଅବପାତ, ଗତ ୩ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ବେଗ ୧୦ କିମି ବେଗର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆଜି ଦିନ ୧୦.୩୦ ରୁ ୧୧.୩୦ ମଧ୍ୟରେ ଦିଘା ନିକଟରେ ଉପକୂଳ ଅତିକ୍ରମ କରିଛି | ଏହା ବର୍ତ୍ତମାନ ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୭୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି | ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୧୧ ଜିଲ୍ଲାକୁ ଲାଲ ଚେତାବନୀ ‘ରେଡ୍ ଓ୍ଵାର୍ଣ୍ଣିିଂ’ ଓ ୧୯ ଜିଲ୍ଲାକୁ କମଳା ଚେତାବନୀ ‘ଅରେଞ୍ଜ ଓ୍ଵାର୍ଣ୍ଣିଂ’ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିସହ ସକ୍ରିୟ ଅବପାତ ପ୍ରଭାବରେ ଓଡ଼ିଶାର ସମସ୍ତ ବନ୍ଦର, ଗୋପାଳପୁର, ପୁରୀ, ପାରାଦ୍ୱୀପ, ଏବଂ ଧାମରା/ଚାନ୍ଦବାଲି ପାଇଁ ବିପଦ ସଂକେତ -୩ ଜାରି କରାଯାଇଛି।
/sambad/media/post_attachments/wp-content/uploads/2022/08/AAIt82-1024x724.jpg)
ଆସନ୍ତା ୨୪ ଘଣ୍ଟା ମଧରେ ଅର୍ଥାତ୍ ୧୫ ତାରିଖ ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ, ସମ୍ବଲପୁର, ଅନଗୁଳ, ଦେବଗଡ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛ ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢ଼େଙ୍କାନାଳ, ମୟୂରଭଂଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ବୌଦ୍ଧ, କାନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନାଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2022/08/8Vg-1024x577.jpg)
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ତୁହାକୁ ତୁହା ମଧ୍ୟମରୁ ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ତୁହାକୁ ତୁହା ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/2e3ad2f3-5253-48cd-96d0-3109e21e7cde.jpg)