୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ ପ୍ରବଳ ବର୍ଷା; ୟେଲୋଓ୍ଵାର୍ଣ୍ଣିଂ ଜାରି

୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ ପ୍ରବଳ ବର୍ଷା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ପାରାଦୀପ ଉପରେ ଦକ୍ଷିଣ ପୂର୍ବ ଦିଗ ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଲମ୍ବିଛି ଏବଂ ସମୁଦ୍ର ପତନ ଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି।
ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୧୯ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ବିଳମ୍ବିତ ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe