ଭୁବନେଶ୍ୱର: ଆସନ୍ତା ଗୁରୁବାର ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
/sambad/media/post_attachments/wp-content/uploads/2022/07/A3-16-1024x724.jpg)
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୧ ତାରିଖ, ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଗଂଜାମ, ପୁରୀ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
/sambad/media/post_attachments/wp-content/uploads/2022/07/A2-17-1024x724.jpg)
ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।
/sambad/media/post_attachments/wp-content/uploads/2022/07/A1-17-1024x573.jpg)
ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ବିଳମ୍ବିତ ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ଓ କଟକର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/03/Kalabaisakhi_Thumbnail.jpg)